ସଚ୍ଚିବାଳୟରେ କେଉଁ ମହଲାର କେଉଁ ଚାମ୍ବରରେ ବସିବେ କିଏ? ପ୍ରକାଶ ପାଇଛି ସବୁ ମନ୍ତ୍ରୀଙ୍କ ଅଫିସ ରୁମର ତାଲିକା

ଭୁବନେଶ୍ବର(କେନ୍ୟୁଜ୍): ସଚ୍ଚିବାଳୟରେ କେଉଁ ମହଲାର କେଉଁ ଚାମ୍ବରରେ ବସିବେ କେଉଁ ମନ୍ତ୍ରୀ। ପ୍ରକାଶ ପାଇଛି ସବୁ ମନ୍ତ୍ରୀଙ୍କ ଅଫିସ ରୁମର ତାଲିକା। ସଚ୍ଚିବାଳୟର ଦ୍ୱିତୀୟ ମହଲାରେ ବସିବେ ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ। ସେହିପରି ସଂସଦୀୟ ବ୍ୟାପାର ଏବଂ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଖଣି ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଗ୍ରାମ୍ୟ ଉନ୍ନୟନ ଏବଂ ଶ୍ରମ ଓ ନିୟୋଜନ ମନ୍ତ୍ରୀ ସୁଶାନ୍ତ ସିଂ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଚାମ୍ବର ରହିଛି ସଚିବାଳୟର ଦ୍ୱିତୀୟ ମହଲାରେ।
ଅନ୍ୟମାନଙ୍କ ମଧ୍ୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡି, ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ, ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ବେହେରା ମଧ୍ୟ ସଚିବାଳୟର ଦ୍ୱିତୀୟ ମହଲାରେ ବସିବେ। ସେହିପରି ସଚିବାଳୟର ପ୍ରଥମ ମହଲାରେ ରହିଛି ପଞ୍ଚାୟତିରାଜ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଫିସ। କୃଷି ମନ୍ତ୍ରୀ ଅରୁଣ ସାହୁ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶୋକ ପଣ୍ଡା, ଶକ୍ତି ଓ ଏମଏସଏମଇ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ, ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ୍ ଏବଂ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଅଫିସ ସଚିବାଳୟର ପ୍ରଥମ ମହଲାରେ ରହିଛି।