ରାଜ୍ୟ

ଥାନା ସମ୍ମୁଖରେ କିରୋସିନ ଢାଳି ବୃଦ୍ଧ ଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମ

ବାଲେଶ୍ଵର : ବାଲେଶ୍ଵର ବାଲିଆପାଳ ଥାନା ସମ୍ମୁଖରେ ବୃଦ୍ଧ ଦମ୍ପତିଙ୍କ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ । ରାଉତୁରା ଗାଁର ଗୌରାଙ୍ଗ ପାଣିଗ୍ରାହୀଙ୍କ ବ୍ୟକ୍ତିଗତ ଜମିରେ ଗ୍ରାମର ଅନନ୍ତ ଗିରି ଏବଂ ଅର୍ଜୁନ ଗିରି ଜୋର ଜବରଦସ୍ତ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ ର୍ନିମାଣ କରୁଛନ୍ତି । ଏନେଇ ଗୌରାଙ୍ଗ ବାଲିଆପାଳ ତହସିଲଦାର ଏବଂ ପୋଲିସ ନିକଟରେ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ ତାଙ୍କୁ କୌଣସି ନ୍ୟାୟ ମିଳୁନି । ଏପରିକି କୋର୍ଟରେ ରହିତାଦେଶ ଜାରି କରାଯାଇଥିଲେ ମଧ୍ୟ କୋର୍ଟ ଆଦେଶକୁ ଅବମାନନା କରି ସେମାନେ ଗୃହ ର୍ନିମାଣ କରୁଛନ୍ତି ।

ଏହାର ପ୍ରତିବାଦ କରିବାରୁ ବୃଦ୍ଧ ଦମ୍ପତ୍ତି ଙ୍କୁ ଜୀବନରେ ମାରି ଦେବାକୁ ଧମକ ଦିଆଯାଉଥିବା ସେମାନେ କହିଛନ୍ତି । ଘଟଣାକୁ ନେଇ କିଛି ଦିନ ପୂର୍ବରୁ ବାଲିଆପାଳ ଥାନା ଏବଂ ତହସିଲଦାରଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନଥିବାରୁ ଆଜି ବାଧ୍ୟ ହୋଇ ଥାନା ସମ୍ମୁଖରେ ଆତ୍ମହୁତି ଉଦ୍ୟମ କରିଛନ୍ତି ବୃଦ୍ଧ ଦମ୍ପତି । ପୋଲିସ ବୃଦ୍ଧ ଦମ୍ପତିଙ୍କୁ ଉଦ୍ଧାର କରି ତଦନ୍ତ ଚଳାଇଛି । ଏନେଇ ବସ୍ତା ଏସ ଡି ପି ଓ ଙ୍କୁ ଯୋଗାଯୋଗ କରିବାରୁ ଘଟଣାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି ।

 

KNews Bureau

Recent Posts

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

11 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

19 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

34 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

40 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

54 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

2 hours ago