ରାଜ୍ୟ

କିନ୍ନରଙ୍କୁ ପିଟିପିଟି ହତ୍ୟା କଲେ ଯୁବକ, ଅଭିଯୁକ୍ତ ଥାନାରେ ଅଟକ

ଘଟଗାଁ(କେ ନ୍ୟୁଜ):  ଜଣେ କିନ୍ନରଙ୍କୁ ପିଟିପିଟି ହତ୍ୟା କରାଯାଇଛି । ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ଦୈତାରୀ ଥାନା ଅନ୍ତର୍ଗତ ବ୍ରାହ୍ମଣୀପାଳ ଠାରେ । ମୃତକଙ୍କ ନାମ ସନ୍ଧ୍ୟା କିନ୍ନରଙ୍କୁ ସଦାଶିବ ସାମଲ ନାମକ ଜଣେ ଯୁବକ ହତ୍ୟା କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ସଦାଶିବ ଓ ସନ୍ଧ୍ୟାଙ୍କ ମଧ୍ୟରେ କୌଣସି କାରଣକୁ ବଚସା ହେବାରୁ ସଦାଶିବ ତାଙ୍କୁ ପିଟିପିଟି ହତ୍ୟା କରିଥିଲେ । ଖବର ପାଇ ଦୈତାରୀ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବକୁ ଜବତ କରିବା ସହ ଅଭିଯୁକ୍ତ ସଦାଶିବଙ୍କୁ ଥାନା ଅଟକ ରଖି ଘଟଣାର ତଦନ୍ତ ଚଳାଇଛି।

ଅନ୍ୟ ପକ୍ଷରେ କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ରେଙ୍ଗାଳବେଡା ନିକଟରେ ଏକ ଅଜଣା ଗାଡ଼ି ଜଣେ ବୃଦ୍ଧଙ୍କ ଉପରେ ଚଢିଯିବାରୁ ବୃଦ୍ଧଙ୍କର ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି । ତେବେ ଏହି ୬୦ ବର୍ଷରୁ ଉର୍ଦ୍ଧ୍ବ ଏହି ବୃଦ୍ଧ ଜଣଙ୍କର ସଠିକ ପରିଚୟ ମିଳିପାରି ନାହିଁ । ଖବର ପାଇ ତୁରୁମୁଙ୍ଗା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବକୁ ଜବତ କରି ତଦନ୍ତ ଚଳାଇଛି ।

KNews Bureau

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

13 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

15 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

21 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

30 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

30 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

48 mins ago