ଆସିକା ନଳବଣ୍ଟା ଗାଁ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଯାତ୍ରୀବାହୀ ବସ୍ ଧକ୍କାରେ ବୃଦ୍ଧ ମୃତ

ଭଞ୍ଜନଗର(କେନ୍ୟୁଜ୍): ଗଞ୍ଜାମ ଜିଲ୍ଲା ଆସିକା ଥାନା ଅନ୍ତର୍ଗତ ନଳବଣ୍ଟା ଗାଁ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଘରୋଇ ଯାତ୍ରୀବାହୀ ବସ୍ ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକ ଗଜପତି ପ୍ରଧାନ । ଦୁର୍ଘଟଣା ପରେ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ କିଛି ସମୟ ପାଇଁ ରାସ୍ତା ଅବରୋଧ କରିଥିଲେ ।

ଯାହା ଫଳରେ ଆସିକା–ବ୍ରହ୍ମପୁର ରାସ୍ତାରେ ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା । ଘଟଣାସ୍ଥଳରେ ଆସିକା ପୋଲିସ୍ ପହଞ୍ଚି, ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତା ଅବରୋଧ ହଟିଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.