ଶୌଚ ହେବାକୁ ଯାଇଥିବା ବେଳେ ଦଳିଦେଲା ଦନ୍ତା, ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ

ଅନୁଗୁଳ ଜିଲ୍ଲା ବନ୍ତଳା ରେଞ୍ଜ ମରଣ୍ଡା ଗାଁରେ ଏହି ଘଟଣା ଘଟିଛି । ମୃତକ ହେଲେ ଝଟକ ବେହେରା ।

ଅନୁଗୁଳ (କେନ୍ୟୁଜ): ହାତୀ ଆକ୍ରମଣରେ ଗଲା ବୃଦ୍ଧାଙ୍କର ଜୀବନ । ଅନୁଗୁଳ ଜିଲ୍ଲା ବନ୍ତଳା ରେଞ୍ଜ ମରଣ୍ଡା ଗାଁରେ ଏହି ଘଟଣା ଘଟିଛି । ମୃତକ ହେଲେ ଝଟକ ବେହେରା । ଶୌଚ ହେବାକୁ ଯାଇଥିବା ବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ । ମୃତ୍ୟୁ ପରେ ଗାଁରେ ଉତ୍ତେଜନା ଦେଖାଦେଇଛି । ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛନ୍ତି । ଗାଁ ପାଖରେ ପାଖା ପାଖି ୨୦ ଟିକିଆ ହାତୀପଲ ଅଛନ୍ତି । ହାତୀଙ୍କୁ ଦେଖି ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.