ବେଲଗୁଣ୍ଠା ଗଡିଶାପଲ୍ଲୀ ଗାଁରେ ବିଦ୍ୟୁତ ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ, ପରିବା କ୍ଷେତକୁ ଯାଇ ବିଦ୍ୟୁତ ସଂସ୍ପର୍ଶରେ ଆସିଯାଇଥିଲେ

ପରିବା କ୍ଷେତକୁ ଯାଇଥିବା ବେଳେ ସେଠାରେ ଯାଇଥିବା ଉଚ୍ଚ କ୍ଷମତା ସମ୍ପନ୍ନ ବିଦ୍ୟୁତ ସଂସ୍ପର୍ଶରେ ଆସି , ଅଚେତ ହୋଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ଭଂଜନଗର ମେଡିକାଲରେ ଭର୍ତ୍ତି କରାଯାଇଥିଲା ।

ଭଞ୍ଜନଗର (କେନ୍ୟୁଜ୍): ବିଦ୍ୟୁତ ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ । ଗଂଜାମ ଜିଲ୍ଲା ବେଲଗୁଣ୍ଠା ଥାନା ଗଡିଶାପଲ୍ଲୀ ଗାଁ ନିକଟରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ ଧୋବା ବିଷୋୟୀ । ପରିବା କ୍ଷେତକୁ ଯାଇଥିବା ବେଳେ ସେଠାରେ ଯାଇଥିବା ଉଚ୍ଚ କ୍ଷମତା ସମ୍ପନ୍ନ ବିଦ୍ୟୁତ ସଂସ୍ପର୍ଶରେ ଆସି , ଅଚେତ ହୋଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ଭଂଜନଗର ମେଡିକାଲରେ ଭର୍ତ୍ତି କରାଯାଇଥିଲା । ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ବେଲଗୁଣ୍ଠା ଥାନା ପୋଲିସ ମୃତଦେହକୁ ଜବତ କରି ଘଟଣାର ତଦନ୍ତ କରୁଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.