ରାଜ୍ୟ

ଅଲିଭ ରିଡଲେ ସୁରକ୍ଷା ପାଟ୍ରୋଲିଂ ବେଳେ ଆକ୍ରମଣ, ବନ୍ଧୁକ ଦେଖାଇ ବନ ବିଭାଗ ଟିମକୁ ଘେରିଲେ ଟ୍ରଲର ମାଫିଆ

ରାଜନଗର (କେନ୍ୟୁଜ): ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ବନ କର୍ମଚାରୀଙ୍କୁ ଆକ୍ରମଣ । ଗତକାଲି ବନବିଭାଗର ଏକ ୧୧ ଜଣିଆ ଟିମ୍ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟର ହୁକିଟୋଲା ଫ୍ରଣ୍ଟ ଅଞ୍ଚଳକୁ ଯାଇଥିଲେ । ମହାନଦୀ ପାଖରେ ବିରଳ ଅଲିଭ ରିଡଲେ କଇଁଛ ସୁରକ୍ଷା ପାଇଁ ପାଟ୍ରୋଲିଂ କରୁଥିଲେ । ଏତିକି ବେଳେ ୧୫ରୁ ୨୦ ଟ୍ରଲର ବେଆଇନ୍ ଭାବେ ମାଛ ମାରୁଥିବା ଦେଖି ସେମାନଙ୍କୁ ଘଉଡ଼ାଇବାକୁ ଉଦ୍ୟମ କରିଥିଲେ । ମାତ୍ର ଟ୍ରଲର ଗୁଡ଼ିକ ସଂଘବଦ୍ଧ ହୋଇ ପାଟ୍ରୋଲିଂ ଟିମ୍ କୁ ଘେରି ଯିବା ସହ ଆକ୍ରମଣ କରିଥିଲେ । ଏହି ସମୟରେ ବନବିଭାଗ କର୍ମଚାରୀ ଧାମରା ସାମୁଦ୍ରିକ ଥାନାକୁ ଖବର ଦେବା ସହ ସେଠାରୁ ଖସି ଆସିବାରେ ସକ୍ଷମ ହୋଇଥିଲେ ।

ସୂଚନା ଥାଉକି ଅଲିଭ ରିଡଲେ କଇଁଛ ସୁରକ୍ଷା ପାଇଁ ଗହୀରମଥାର ନୀଳ ଜଳରାଶି ଅନେକ ଥର ରକ୍ତ ରଞ୍ଜିତ ହୋଇଛି । ବର୍ତ୍ତମାନ ଲକ୍ଷାଧିକ ସଂଖ୍ୟାରେ ଅଲିଭ ରିଡଲେ କଇଁଛ ସମୁଦ୍ର କୂଳରେ ସାମୂହିକ ଅଣ୍ଡାଦେବା ପାଇଁ ରୁଣ୍ଡ ହୋଇଛନ୍ତି । ଫଳରେ ସମୁଦ୍ର ଭିତରେ ମାଫିଆଙ୍କ ଚଳପ୍ରଚଳ ମଧ୍ୟ ବଢ଼ିଛି । ଏହି ଘଟଣା ପରେ ବନ ବିଭାଗ ତରଫରୁ ଟ୍ରଲର ମାଫିଆଙ୍କ ନାଁରେ ଧାମରା ସାମୁଦ୍ରିକ ଥାନାରେ ଏତଲା ଦିଆଯାଇଛି । ଏ ନେଇ ରାଜନଗର ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି ।

Barsha

Recent Posts

ଆଜିର ରାଶିଫଳ: ଦିନଟି ଆପଣଙ୍କର କିପରି ବିତିବ ଜାଣନ୍ତୁ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ଶକ୍ତିଶାଳୀ ହେବାକୁ ଯାଉଛି । ଆପଣ ଠିକ୍ ସମୟରେ କାର୍ଯ୍ୟ ସମାପ୍ତ କରିବାକୁ…

6 hours ago

ଯାତ୍ରୀବାହୀ ବସ୍ ଓଲଟି ୩ ମୃତ, ୫ ଗୁରୁତର

କନ୍ଧମାଳ :  କନ୍ଧମାଳରେ ଓଲଟିଲା ଯାତ୍ରୀବାହୀ ବସ୍ । ୩ ଯାତ୍ରୀ ମୃତ, ୫୦ରୁ ଅଧିକ ଯାତ୍ରୀ ଆହତ ।…

7 hours ago

ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ, ଥାନାରେ ପୁତୁରା ଅଟକ

ପାଟଣାଗଡ଼ : ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ । ଘଟଣା ଘଟିଛି ପାଟଣାଗଡ଼ ଥାନା କୁତୁମୁଣ୍ଡା ଗ୍ରାମରେ ।…

8 hours ago

ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ

ଭୁବନେଶ୍ୱର : ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ । ଆଦର୍ଶ ଆଚରଣ ବିଧି ଓ ଆଇନ ଉଲ୍ଲଙ୍ଘନକାରୀ…

10 hours ago

ବସ୍ ସହ ପିକଅପ୍ ଭ୍ୟାନ ଧକ୍କା, ୧୯ ହୋମଗାର୍ଡ ଆହତ

ଭୁବନେଶ୍ୱର : ନିର୍ବାଚନ ଡ୍ୟୁଟିରେ ଯାଉଥିବା ବେଳେ ବସ୍ ଦୁର୍ଘଟଣା । ନିର୍ବାଚନ ଡ୍ୟୁଟିରେ ବଲାଙ୍ଗିରରୁ କେନ୍ଦ୍ରାପଡ଼ାକୁ ବସଟି ଯାଉଥିଲା।…

11 hours ago

ରାଜ୍ୟରେ ବଢୁଛି ତାପମାତ୍ରା, ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ ବଢୁଛି ତାପମାତ୍ରା । ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।…

11 hours ago