ରାଜ୍ୟ

୨୩ ତାରିଖରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପୁନଃବିକଶିତ ଜନ୍ମ ପୀଠର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

କେନ୍ୟୁଜ୍(ବ୍ୟୁରୋ): ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଆଜି ପୁରୀ ଜିଲ୍ଲାର ସୁଆଣ୍ଡୋସ୍ଥିତ ଗୋପବନ୍ଧୁଙ୍କ ଜନ୍ମପୀଠର ପରିଦର୍ଶନ କରି ଏହାର ପୁନଃବିକାଶ କାର୍ଯ୍ୟ ତଦାରଖ କରିଥିଲେ । ଉତ୍କଳମଣିଙ୍କ ଗାଁ ଶିବ ମନ୍ଦିର ଲୋକେଶ୍ୱର ଶିବ ମନ୍ଦିର ଜରାଜୀର୍ଣ୍ଣ ଅବସ୍ଥାରେ ଥିଲା।  ସୁଆଣ୍ଡୋବାସୀଙ୍କ ଅନୁରୋଧ କ୍ରମେ ଲୋକେଶ୍ୱର ମନ୍ଦିରର ପୁନଃନିର୍ମାଣ କାର୍ଯ୍ୟ ରାଜ୍ୟ ସରକାରଙ୍କ ପକ୍ଷରୁ ସମ୍ପନ୍ନ କରାଯାଇଛି। ଏହାର ପ୍ରତିଷ୍ଠା ଉତ୍ସବ ଆଜି ଅନୁଷ୍ଠିତ ହୋଇଥିଲା ଏବଂ ଏଥିରେ ଭି.କେ. ପାଣ୍ଡିଆନ ଯୋଗ ଦେଇ ପୂର୍ଣ୍ଣାହୁତିରେ ମଧ୍ୟ ଅଂଶଗ୍ରହଣ କରିଥିଲେ ।

ପରେ ଭି.କେ. ପାଣ୍ଡିଆନ ଉତ୍କଳମଣିଙ୍କ ଷଠୀଘର, ଢିଙ୍କିଶାଳ ଆଦିର ସଂରକ୍ଷଣ କାର୍ଯ୍ୟ ପରିଦର୍ଶନ କରିବା ସହିତ ଗାଁ ପୋଖରୀର ପୁର୍ନରୁଦ୍ଧାର କାର୍ଯ୍ୟ ତଥା ସଂଗ୍ରହାଳୟ କାର୍ଯ୍ୟ ବୁଲି ଦେଖିଥିଲେ ଏବଂ କାର୍ଯ୍ୟର ଅଗ୍ରଗତିରେ ସନ୍ତୋଷ ପ୍ରକାଶ କରିଥିଲେ । ସେବା ଓ ସଂଗ୍ରାମର ପ୍ରତୀକ ଉତ୍କଳମଣି ଓଡିଆ ଜନମାନସର ଅଦ୍ବିତୀୟ ନେତା । ଦେଶ ପାଇଁ, ଜାତି ପାଇଁ ତାଙ୍କର ତ୍ୟାଗ ଆଜି ତାଙ୍କୁ ଅମର କରି ରଖିଛି। ଗୋପବନ୍ଧୁଙ୍କ ଜନ୍ମସ୍ଥାନ ଏବଂ ସୁଆଣ୍ଡୋ ର ବିକାଶ କାର୍ଯ୍ୟ ପଣ୍ଡିତ ଗୋପବନ୍ଧୁଙ୍କ ପରିବାର ତଥା ସୁଆଣ୍ଡୋ ଜନସାଧାରଣଙ୍କ ସହଯୋଗରେ ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଛି।

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକଙ୍କ ପାଇଁ ଦିନଟି ଅତ୍ୟନ୍ତ ଖୁସିରେ କଟିବ, ସାଙ୍ଗଙ୍କ ସହ ଭେଟ ହୋଇପରେ

ମେଷ : ଆପଣ ଆଜି କିଛି ଭଲ ଖବର ପାଇପାରନ୍ତି । ସାଙ୍ଗଙ୍କ ସହ ବହୁତ ଖୁସି ରହିବେ ।…

28 mins ago

ପରିବାର ଉପରେ ସଂଘବଦ୍ଧ ଆକ୍ରମଣ ଅଭିଯୋଗ, ୩ ଗୁରୁତର

 ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଭୁଇଁପୁର ଛକରେ ଜଣେ ଠିକାଦାରଙ୍କ ଭାଇ ସମେତ ତାଙ୍କର ପରିବାର…

2 hours ago

କାମଚଳା ବାଚସ୍ପତି ହେଲେ ବିଜେଡିର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ

ଭୁବନେଶ୍ୱର : କାମଚଳା ବାଚସ୍ପତି ହେଲେ ବିଜେଡି ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ରାଜଭବନରେ ଶପଥ ପାଠ…

3 hours ago

ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ସରକାରୀ କାର୍ଯ୍ୟକ୍ରମ, ରାଜ୍ୟ ସଂଗ୍ରହାଳୟରେ ଆୟୋଜିତ ରଜ ମହୋତ୍ସବରେ ସାମିଲ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ହେବା ପରେ ମୋହନ ମାଝୀଙ୍କ ପ୍ରଥମ ସରକାରୀ କାର୍ଯ୍ୟକ୍ରମ । ରାଜ୍ୟ ସଂଗ୍ରହାଳୟରେ ଆୟୋଜିତ ରଜ…

5 hours ago

ପୂର୍ବ ଶତ୍ରୁତାରୁ ଆକ୍ରମଣ ଘଟଣା, ଥାନା ଅଧିକାରୀଙ୍କ ବିରୋଧରେ ଏସ୍‌ପିଙ୍କ ନିକଟରେ ଫେରାଦ ହେଲା ନାବାଳକ ପୁଅ

ନୟାଗଡ଼ (କେନ୍ୟୁଜ୍‌) : ଜମି ବାଡ଼ି ବିବାଦ କୁ ନେଇ ମାଡ଼ପିଟ l ଗୋଟିଏ ପରିବାରର ୪ ଜଣ ଗୁରୁତର…

5 hours ago

ଜବତ ବୋମାକୁ ନିଷ୍କ୍ରିୟ କରିବାକୁ କିଏ ନିର୍ଦ୍ଦେଶ ଦେଇଥିଲେ ?

କଟକ: ଜବତ ବୋମା ନିଷ୍କ୍ରିୟ କଲା ବେଳେ ଫୁଟିଲା ବୋମା । ବୋମା ଫୁଟିବା ଶଦ୍ଦ ଏତେ ଜୋରରେ ଥିଲା…

6 hours ago