ମାଟ୍ରିକ ରେଜଲ୍ଟ : କିସ୍ ରେ ଶତ ପ୍ରତିଶତ ପାସ୍, ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ

ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ଚଳିତ ବର୍ଷ ସ୍କୁଲ୍‍ର ମୋଟ ୨୦୦୮ ଛାତ୍ରଛାତ୍ରୀ ମାଟ୍ରିକ୍‍ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୪୦ପ୍ରତିଶତ ଛାତ୍ରଛାତ୍ରୀ ୬୦ ପ୍ରତିଶତରୁ ଅଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିବା ବେଳେ ବାକି ଛାତ୍ରଛାତ୍ରୀ ୫୦ ପ୍ରତିଶତରୁ ଅଧିକ ନମ୍ବର ରଖି ଦ୍ୱତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । 

ଭୁବନେଶ୍ୱର (କେନ୍ୟୁଜ): ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ସମଗ୍ର ଓଡ଼ିଶାରେ ପାସ୍‍ ହାର ୯୬.୭% ରହିଥିବା ବେଳେ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନ୍‌ସେସ୍ (କିସ୍‌)ର ଫଳାଫଳ ଶତ ପ୍ରତିଶତ ହୋଇଛି । ଚଳିତ ବର୍ଷ ସ୍କୁଲ୍‍ର ମୋଟ ୨୦୦୮ ଛାତ୍ରଛାତ୍ରୀ ମାଟ୍ରିକ୍‍ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୪୦ପ୍ରତିଶତ ଛାତ୍ରଛାତ୍ରୀ ୬୦ ପ୍ରତିଶତରୁ ଅଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିବା ବେଳେ ବାକି ଛାତ୍ରଛାତ୍ରୀ ୫୦ ପ୍ରତିଶତରୁ ଅଧିକ ନମ୍ବର ରଖି ଦ୍ୱତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । କିସ୍‍ ଛାତ୍ର ସାଗୁନ ଟୁଡ଼ୁ ସର୍ବାଧିକ ୫୪୦ ନମ୍ବର ରଖି ସ୍କୁଲ୍‍ ଟପ୍‍ପର ହୋଇଛନ୍ତି। କିସ୍‌ର ୫୦ଜଣ ଅତି ଦୁର୍ବଳ ଜନଜାତିବର୍ଗର ଛାତ୍ରଛାତ୍ରୀ ମଧ୍ୟ ଭଲ ପ୍ରଦର୍ଶନ କରିଛନ୍ତି ।

ଚଳିତବର୍ଷ ପଡ଼ୋଶୀ ରାଜ୍ୟ ଝାଡ଼ଖଣ୍ଡ ରାଜ୍ୟରୁ ଆସି କିସ୍‌ରେ ପଢ଼ୁଥିବା ଛାତ୍ରଛାତ୍ରୀମାନେ ମାଟ୍ରିକ୍ ପରୀକ୍ଷାରେ ଭଲ ନମ୍ବର ରଖି ସଫଳତା ହାସଲ କରିଛନ୍ତି। କିସ୍‍ ଫଳାଫଳ ନେଇ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଆନନ୍ଦ ପ୍ରକାଶ କରିବା ସହ ମାଟ୍ରିକ୍‍ ପରୀକ୍ଷାରେ ସଫଳତା ହାସଲ କରିଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।  ସାମନ୍ତ କହିଛନ୍ତି, କିସ୍‍ର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ନିଷ୍ଠା ଓ ସମୟକୁ ସମୟ ଛାତ୍ରଛାତ୍ରୀମାନଙ୍କୁ ମାର୍ଗଦର୍ଶନ ଏବଂ ଛାତ୍ରଛାତ୍ରୀମାନଙ୍କ ଅକ୍ଲାନ୍ତ ପରିଶ୍ରମ କିସ୍‍କୁ ଏହି ସଫଳତା ଆଣିଦେଇଛି। ଏଥିପାଇଁ ଶ୍ରୀ ସାମନ୍ତ କିସ୍‌ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀଙ୍କ ଅଦମ୍ୟ ଉଦ୍ୟମ ଓ ଛାତ୍ରଛାତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

 

 

 

 

 

 

 

Leave A Reply

Your email address will not be published.