ଦିନେ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିବାକୁ ମନା କରିଦେଇ ଚର୍ଚ୍ଚାରେ ରହିଥିଲେ ଗୀତା ମେହେଟ୍ଟା

ଆରପାରିରେ ବିଜୁ ବାବୁଙ୍କ ଏକମାତ୍ର କନ୍ୟା ଗୀତା ମେହେଟ୍ଟା । ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ବିଳମ୍ବିତ ରାତିରେ ତାଙ୍କ ମରଶରୀରକୁ ୩-ଅବଦୁଲ କଲାମ ରୋଡ଼ ବାସଭବନରେ ରଖା ଯାଇଛି । ତେବେ ଆଜି ଗୀତାଙ୍କ ଶେଷ ଦର୍ଶନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବତନ୍ତ୍ର ବିମାନରେ ଦିଲ୍ଲୀ ଯିବେ ।

ଭୁବନେଶ୍ୱର (କେନ୍ୟୁଜ): ଗୀତା ମେହେଟାଙ୍କ ପରଲୋକ। ୧୯୪୩ ମସିହାରେ ନୂଆଦିଲ୍ଲୀରେ ଜନ୍ମିତ ଗୀତା ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଓ ଜ୍ଞାନ ପଟ୍ଟନାୟକଙ୍କର ଏକମାତ୍ର କନ୍ୟା। ସେ ଦେଶର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପାଠ ପଢ଼ିବା ପରେ ବ୍ରିଟେନର କେମ୍ବ୍ରିଜ୍ ବିଶ୍ବବିଦ୍ୟାଳୟରେ ଉଚ୍ଚଶିକ୍ଷା ହାସଲ କରିଥିଲେ। ବ୍ରିଟେନ, ୟୁରୋପ ଓ ଆମେରିକା ନେଟୱାର୍କ ପାଇଁ ୧୪ଟି ଡକ୍ୟୁମେଂଟାରୀ ଫିଲ୍ମ ପ୍ରଯୋଜନା କରିଛନ୍ତି । ଗୀତାଙ୍କ ଲିଖିତ ବହିଗୁଡ଼ିକ ପ୍ରାୟ ୨୧ଟି ଭାଷାରେ ଟ୍ରାନ୍ସଲେଟ୍ ହୋଇଛି ଓ ୟୁରୋପ, ଆମେରିକା ଓ ଭାରତରେ ସର୍ବାଧିକ ବିକ୍ରି ହେଉଥିବା ପୁସ୍ତକ ଭାବେ ପରିଗଣିତ ହୋଇଥିଲା । ଏପଟେ ୨୦୧୯ ମସିହାରେ ଗୀତା ଭାରତ ସରକାରଙ୍କ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିବାକୁ ମନା କରିଦେଇ ଚର୍ଚ୍ଚାରେ ରହିଥିଲେ।

ତେବେ ସୂଚନା ଥାଉକି, ଏହି ପ୍ରଖ୍ୟାତ ଲେଖିକା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଛି । ଗତକାଲି ରାତିରେ ଦିଲ୍ଲୀସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ବିଳମ୍ବିତ ରାତିରେ ତାଙ୍କ ମରଶରୀରକୁ ୩-ଅବଦୁଲ କଲାମ ରୋଡ଼ ବାସଭବନରେ ରଖା ଯାଇଛି । ତେବେ ଆଜି ଗୀତାଙ୍କ ଶେଷ ଦର୍ଶନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବତନ୍ତ୍ର ବିମାନରେ ଦିଲ୍ଲୀ ଯିବେ ।

ଗୀତା ମେହେଟ୍ଟା ଗତ ୨ବର୍ଷ ଧରି ପାରାଲେସିସ୍ ଓ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ଗତ ଶୁକ୍ରବାର ରାତିରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇଯାଇଥିଲା। କିଛି ସମୟ ଭିତରେ ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ। ୨୦୧୯ ମସିହାରେ ତାଙ୍କ ସ୍ୱାମୀ ତଥା ବିଶିଷ୍ଟ ଆମେରିକୀୟ ପ୍ରକାଶକ ସନ୍ନି ମେହେଟ୍ଟାଙ୍କ ପରଲୋକ ପରଠୁ ସେ ଭାରତରେ ରହୁଥିଲେ ।

ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ ଓ ବହୁ ବିଶିଷ୍ଟ ବ୍ୟକ୍ତି ଶୋକପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ଟ୍ବିଟ୍ କରି କହିଛନ୍ତି, ବହୁମୁଖୀ ପ୍ରତିଭାର ଅଧିକାରିଣୀ ଥିଲେ ଗୀତା ମେହେଟ୍ଟା। ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ମୋଦି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.