ରାଜ୍ୟ

ଭୟଙ୍କର ଦୁର୍ଘଟଣାରେ ୩୦ଫୁଟ ତଳକୁ ଖସିଲା କାର୍: ମହିଳା ମୃତ, ସ୍ୱାମୀ ଓ ୨ ପୁଅ-ଝିଅ ଗୁରୁତର

କରଞ୍ଜିଆ(କେନ୍ୟୁଜ): ଯଶିପୁର ଥାନା ଦେଇ ଯାଇଥିବା ୪୯ ନମ୍ବର ରାଜ୍ୟ ରାଜପଥର ଗହିରା ବାଙ୍କ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ଏତେ ଭୟଙ୍କର ଥିଲା ଯେ ୩୦ ଫୁଟ ତଳେ ପଡ଼ିଲା ଓଡ଼ି କାର୍ । ଦୁର୍ଘଟଣାରେ ଜନୈକ ୩୬ବର୍ଷୀୟ ମହିଳାଙ୍କ ଘଟଣାସ୍ଥଳରେ ଶୋଚନୀୟ ମୃତ୍ୟୁ ହୋଇଥିବାବେଳେ, ଦୁଇ ନାବାଳକ ପୁଅ ଓ ଝିଅଙ୍କ ସହ ମହିଳାଙ୍କ ସ୍ୱାମୀ ଗୁରୁତର ଆହତ ହୋଇଛନ୍ତି ।

ସୂଚନାଯୋଗ୍ୟ ଗାଡିଟିରେ ୨ ପୁଅ ଓ ଝିଅ ସମେତ, ମାଆ ଓ ବାପା ଚାରି ଜଣ ମିଶି କଲିକତାରୁ ନାଗପୁର ଯାତ୍ରା କରୁଥିଲେ। ଭାରସାମ୍ୟ ହରାଇ ଗାଡିଟି ରାସ୍ତା ତଳକୁ ଖସି ପଡ଼ିଥିଲା। ଘଟଣାସ୍ଥଳରେ ମହିଳା ମୃତ୍ୟୁବରଣ କରିଥିବା ବେଳେ ଦୁଇ ନାବାଳକ ଅତି ଗୁରୁତର ଥିବାରୁ ତାଙ୍କୁ ଜଶିପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଛି। ତେବେ ଗାଡି ଚଲାଉଥିବା ପିତା ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଜଶିପୁର ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରିରଖିଛି।

Sonalisa

Recent Posts

୨ ନକଲି ନକ୍ସଲ ଗିରଫ, ଜୟପୁର ଏସଡିପିଓଙ୍କ ସୂଚନା

କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…

6 mins ago

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

22 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

35 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

44 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

47 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 hour ago