ବାଲି ଘାଟକୁ ନେଇ ବିବାଦ ; ସଂଘବଦ୍ଧ ଆକ୍ରମଣରେ ଜଣେ ମୃତ, ୩ ଗୁରୁତର

ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ସହଦେଵ ଟିକରପଡା ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ । ଏଥିରେ ଜଣେ ମୃତ୍ୟୁ ବରଣ କରିଥିବା ବେଳେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି । ମୃତକ ହେଲେ ତୋଫାନ ଗୌଡ଼ ।

ଭଞ୍ଜନଗର (କେନ୍ୟୁଜ): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ସହଦେଵ ଟିକରପଡା ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ । ଏଥିରେ ଜଣେ ମୃତ୍ୟୁ ବରଣ କରିଥିବା ବେଳେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ତୋଫାନ ଗୌଡ଼। ଆହତ ହେଲେ କାଳୁ ଗୌଡ଼, ଜୋହ୍ନl ଗୌଡ଼ ଓ ପ୍ରତିମା ଗୌଡ଼l ଆହତ ମାନଙ୍କୁ ପ୍ରଥମେ ଦିଗପହଣ୍ଡି ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ଗୁରୁତର ଥିବାରୁ ତିନି ଜଣଙ୍କୁ ବ୍ରହ୍ମପୁର ଏମ.କେ.ସି.ଜି କୁ ସ୍ଥାନାନ୍ତର କରାଯାଇଛି।

ଖବର ପାଇ ଚିକିଟି ଏସ ଡି ପି ଓ ମେଡିକାଲରେ ପହଂଚି ତଦନ୍ତ କରିବା ସହ ଘଟଣା ସ୍ଥଳକୁ ଯାଇଥିଲେ। ବାଲି ଘାଟକୁ ନେଇ ଗାଁର ଦୁଇ ଗୋଷ୍ଠୀ ମଧ୍ୟରେ ପୂର୍ବରୁ ଅଶାନ୍ତି ଥିବା ବେଳେ ରାତିରେ ଉଭୟ ଗୋଷ୍ଠୀ ମାରଣାସ୍ତ୍ର ଯୋଗେ ମୁହାଁମୁହିଁ ହୋଇଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.