ରାଜ୍ୟ

ପିକନିକ୍‌ ସାରି ଘରକୁ ଫେରୁଥିବା ବେଳେ ଅଘଟଣ: ଟ୍ରଲରକୁ ପଛରୁ ଧକ୍କା ଦେଲା ଭ୍ୟାନ୍‌, ଜଣେ ମୃତ

ନୟାଗଡ଼ (କେନ୍ୟୁଜ): ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଅନ୍ତର୍ଗତ ଟାକେରା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଟ୍ରଲରକୁ ପଛରୁ ଧକ୍କା ଦେଲା ଭ୍ୟାନ୍‌ । ଫଳରେ ଦୁର୍ଘଟଣାରେ ଦୁଇ ଗାଡ଼ି ମଝିରେ ଚାପି ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ଘଟଣା ସ୍ଥଳରେ ଦଶପଲ୍ଲା ଅଗ୍ନିଶମ ବାହିନୀ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଦଶପଲ୍ଲା ଡାକ୍ତରଖାନାକୁ ଭର୍ତ୍ତି କରାଯାଇଥିବାବେଳେ ଜଣକୁ ନୟାଗଡ଼ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିବା ସୂଚନା ମିଳିଛି।

ସୂଚନା ଅନୁସାରେ ଦାରିଙ୍ଗିବାଡିରୁ ପିକନିକ୍‌ ସାରି ଏକ ଭ୍ୟାନରେ ଅଠଗଡ଼ ନିଜ ଘରକୁ ଫେରୁଥିଲେ। ଟାକେରା ଛକ ନିକଟରେ ଏକ ଟ୍ରଲର ରାସ୍ତାଗଡ଼ରେ ଠିଆ ହୋଇଥିଲା। ଆଜି ରାତି ୩ ଟା ସମୟରେ ଭ୍ୟାନ୍‌ଟି ଭାରସାମ୍ୟ ହରାଇ ଟ୍ରଲରକୁ ପଛରୁ ଧକ୍କା ଦେଇଥିଲା। ଏଥିରେ ଜଣେ ମୃତ ଓ ୪ ଜଣ ଗୁରୁତର ହୋଇଛନ୍ତି। ଗୁରୁତର ମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଦୁଇ ଗାଡ଼ି ମଝିରେ ରହିଥିବା ଯୁବକଙ୍କୁ କଟର ସହାଯ୍ୟରେ କଟା ଯାଇ ବାହାର କରାଯାଇଥିଲା। ଉକ୍ତ ଯୁବକଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା।

 

Barsha

Recent Posts

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

2 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

2 hours ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

3 hours ago

ବସ୍‌ ଷ୍ଟାଣ୍ଡରେ ହୁତୁ ହୁତୁ ହୋଇ ଜଳିଗଲା ୪ ଟି ବସ୍‌

ରାୟଗଡ଼ା(କେନ୍ୟୁଜ୍‌): ବସ୍‌ ରେ ଲାଗିଲା ନିଆଁ । ହୁତୁ ହୁତୁ ହୋଇ ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌ । ରାୟଗଡ଼ା ଜିଲ୍ଲା…

3 hours ago

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲା : ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲାରେ ଆଉ ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୯ କୁ ବୃଦ୍ଧି…

3 hours ago

ଟ୍ରେନରେ କେତେବେଳେ ବ୍ୟବହାର କରାଯାଏ ଏମର୍ଜେନ୍ସି ବ୍ରେକ୍?

ଭାରତରେ ଭାରତୀୟ ରେଳ ହେଉଛି ଲୋକଙ୍କ ଲାଇଫ ଲାଇନ । ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଭାରତୀୟ ରେଳପଥ ଦେଇ…

3 hours ago