ଯାଜପୁର: ୫୩ନଂ ଜାତୀୟ ରାଜପଥ ପାଲଟିଛି ମରଣଯନ୍ତା, ପୃଥକ ପୃଥକ ଦୁର୍ଘଟଣା ଘଟି ଜଣେ ମୃତ ଓ ଜଣେ ଗୁରୁତର

ଯାଜପୁର(କେନ୍ୟୁଜ):  ଯାଜପୁର ଜିଲ୍ଲାର ଚଣ୍ଡିଖୋଲ-ଡୁବୁରୀ ୫୩ନଂ ଜାତୀୟ ରାଜପଥ ପାଲଟିଛି ମରଣଯନ୍ତା। ଆଜି ଏହି ଜାତୀୟ ରାଜପଥରେ ପୃଥକ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ରାଜପଥର ଭଡଙ୍ଗା ଛକ ନିକଟରେ ଟାଟା ଏସିଇ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଟାଟା ଏସିଇ ଡ୍ରାଇଭରର ମୃତ୍ୟୁ ଘଟିଛି।

ମୃତ ଡ୍ରାଇଭରର ପରିଚୟ ମିଳିପାରି ନାହିଁ। ସେହିପରି ଆରୁହା ଛକ ନିକଟରେ ଦୁର୍ଘଟଣା ଘଟି ଜଣେ ଯୁବକ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କୁ ବଡ଼ଚଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ଅବସ୍ଥା ଗୁରୁତର ହେବାରୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଧର୍ମଶାଳା ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.