Categories: ରାଜ୍ୟ

ଢେଙ୍କାନାଳ: ବ୍ରାହ୍ମଣୀ ନଦୀରେ ଡଙ୍ଗାବୁଡି ଘଟଣା, ୨୪ଘଣ୍ଟା ପରେ ମିଳିଲା ଜଣଙ୍କ ମୃତଦେହ

ଢେଙ୍କାନାଳ(କେନ୍ୟୁଜ୍): ଢେଙ୍କାନାଳ ଜିଲ୍ଲା ବ୍ରାହ୍ମଣୀ ନଦୀରେ ଡଙ୍ଗାବୁଡି ଘଟଣାରେ ୨୪ଘଣ୍ଟା ପରେ ମିଳିଲା ଜଣଙ୍କ ମୃତଦେହ। ପରଜଙ୍ଗ ଥାନା ପାଣି ଗେଙ୍ଗୁଟିଆ ନିକଟରୁ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ କୁନ୍ଦନଦେଇପୁର ଗାଁର ବିଶ୍ୱଜିତ ଆଚାର୍ଯ୍ୟ । ଏବେବି ଅନ୍ୟ ୩ ଜଣ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଓଡ୍ରାଫ୍‌ ଓ NDRF ଟିମ୍‌ର ଅଭିଯାନ ଜାରି ରହିଛି। ଗତ ୭ ତାରିଖରେ ପର୍ଜଙ୍ଗ ଥାନା କୁନ୍ଦନଦେଇପୁର ଗାଁ ନିକଟରେ ଘଟିଥିଲା ଏହି ଦୁର୍ଘଟଣା। ଡଙ୍ଗାଟି ଓଡାପଡା ବ୍ଳକ ଖଡଗ ପ୍ରସାଦରୁ ଘାଟକୁ ଯାଉଥିଲା। ଏତିକିବେଳେ ମଝି ନଦୀରେ ବୁଡ଼ି ଯାଇଥିଲା ଡଙ୍ଗା। ଏଥିରେ ୯ ଜଣ ଯାତ୍ରୀ ଓ ନାଉରିଆ ଥିଲେ । ତେବେ ୨ଜଣ ନାଉରିଆ ୩ ଜଣ ଯାତ୍ରୀ ପହଁରି କୁନ୍ଦନଦେଇପୁର କୂଳରେ ପହଞ୍ଚିଥିଲେ। ନିଖୋଜ ଥିଲେ ୪ ଜଣ। ଆଜି ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି।

KNews Bureau

Recent Posts

କାଳବୈଶାଖୀର କରାଳ ରୂପ, ବଜ୍ରାଘାତ ନେଲା ୧୨ ଗାଇଙ୍କ ଜୀବନ

ଲକ୍ଷ୍ମୀପୁର : ଆଜି କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ଗଦରାଗୁଡ଼ା ଏବଂ ପିଲ୍କୁର୍ ଗାଁରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି…

16 mins ago

ସାନଖେମୁଣ୍ଡିରେ କାଳବୈଶାଖୀ ବର୍ଷା, ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…

1 hour ago

୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତ ମୃତ୍ୟୁ ୨୦, ରାଜସ୍ୱ କମିସନଙ୍କ କାର୍ଯ୍ୟାଳୟ ଦେଲା ସୂଚନା

ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…

2 hours ago

ବର୍ଷେ ପରେ ବି ତାଜା ଅଛି ସେହି ଭୟଙ୍କର ଦୁର୍ଘଟଣାର ସ୍ମୃତି, ମନେ ପକାଉଛନ୍ତି ଗାଁ ଲୋକେ ଓ ସ୍ୱେଚ୍ଛାସେବୀ

ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍‌ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…

3 hours ago

ବାହାନଗା ରେଳ ଦୁର୍ଘଟଣାକୁ ବର୍ଷେ, ମୃତକଙ୍କ ପରିବାରକୁ ସହଯୋଗ କରିଥିଲେ ଡ. ଅଚ୍ୟୁତ ସାମନ୍ତ

ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…

3 hours ago

କାମ ସାରି ଗଛ ମୂଳେ ବିଶ୍ରାମ ନେଉଥିଲେ, ହଠାତ୍‌ ମାରିଲା ବିଜୁଳି ଚାଲିଗଲା ୨ ଯୁବକଙ୍କ ଜୀବନ

ଗଞ୍ଜାମ : ପ୍ରବଳ ଗ୍ରୀଷ୍ମ ପ୍ରବାହ ଲାଗିରହିଛି । ଅସହ୍ୟ ଗରମ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ପୁରା ଓଡ଼ିଶାବାସୀ ।…

3 hours ago