ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ ଓ ଜଣେ ଗୁରୁତର ଆହତ

ପାରଳାଖେମୁଣ୍ଡି (କେ ନ୍ୟୁଜ୍‌) : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଥନା ଅନ୍ତର୍ଗତ ରାଣୀପେଣ୍ଠ ଛକରେ ଦୁର୍ଘଟଣା । ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ବ୍ୟକ୍ତିର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ମୃତକ ଜଣକ ହେଉଛନ୍ତି ପାରଳାଖେମୁଣ୍ଡି ରାଜଗୁରୁ ସାହି ବାସିନ୍ଦା ଗୋଷ୍ଠ ଚନ୍ଦ୍ର ପଣ୍ଡା । ବି. ନାରାୟଣ ରାଓ ଆହତ ଅଛନ୍ତି । ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ପୋଲିସ୍‌ ଘଟଣାର ତଦନ୍ତ କରୁଛି ।