ନିଆଳି : ବାଲିପାଟଣା – ନିମାପଡା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଜଣେ ମୃତ

ନିଆଳି: ବାଲିପାଟଣା – ନିମାପଡା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ ହେଉଛନ୍ତି ତୁରିନ୍ତିରା ଗାଁର ବିଭୂତି ଭୂଷଣ ସ୍ବାଇଁ । ମିଳିଥିବା ସୂଚନା ଅନୁସାରେ, ଏକ ୪୦୭କୁ ଓଭରଟେକ୍ କରିଯାଉଥିବା ବେଳେ ବିଭୂତିଙ୍କ ଉପରେ ଏହା ଚଢିଯାଇଥିଲା । ଗୁରୁତର ଅବସ୍ଥାରେ ବିଭୂତିଙ୍କୁ କ୍ୟାପିଟାଲ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା ।

ଅନ୍ୟପଟେ ଦୁର୍ଘଟଣାପରେ ସ୍ଥାନୀୟ ଅଂଚଳରେ ଉତ୍ତେଜନା ଦେଖାଦେଇଥିଲା । ଉତ୍ତ୍ୟକ୍ତ ଲୋକ ରାସ୍ତା ଅବରୋଧ କରିବାରୁ କିଛି ସମୟ ପାଇଁ ଯାତାୟତ ବାଧାପ୍ରାପ୍ତ ହୋଇଥିଲା । ତେବେ ଘଟଣାସ୍ଥଳରେ ପହଂଚି ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.