Below header

ଓଡିଶା-ପଶ୍ଚିମବଙ୍ଗ ସୀମାନ୍ତବର୍ତ୍ତୀ ସୁନାକଣିଆ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା:ଜଣେ ମୃତ, ୧୦ରୁ ଊର୍ଦ୍ଧ୍ୱ ଗୁରୁତର

ଜଳେଶ୍ବର(କେନ୍ଯୁଜ୍): ଓଡିଶା – ପଶ୍ଚିମବଙ୍ଗ ସୀମାନ୍ତବର୍ତ୍ତୀ ସୁନାକଣିଆ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଜଣେ ମୃତ, ୧୦ରୁ ଊର୍ଦ୍ଧ୍ୱ ଗୁରୁତର। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ବରରୁ କଲିକତା ଯାଉଥିବା ସୋନାକ୍ସ ନାମକ ବସ୍ କୁହୁଡି ଯୋଗୁ ଅନ୍ଯ ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା।

ଘଟଣାସ୍ଥଳରେ ଜଣେ ଯାତ୍ରୀଙ୍କ ମୃତ୍ଯୁ ହୋଇଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଗୁରୁତର ହୋଇଛନ୍ତି। ଗୁରୁତର ମାନଙ୍କୁ ପଶ୍ଚିମବଙ୍ଗର ଦାନ୍ତୁନ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଘଟଣା ସ୍ଥଳରେ ଦାନ୍ତୁନ ପୋଲିସ ପହଞ୍ଚି ତଦନ୍ତ କରୁଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.