Below header

ଖୋର୍ଦ୍ଧା: ଟ୍ରକକୁ ପଛପଟୁ ଧକା ଦେଲା ବସ, ଜଣେ ମୃତ ୧୦ରୁ ଅଧିକ ଆହତ

ଖୋର୍ଦ୍ଧା(କେନ୍ୟୁଜ୍):  ୧୬ ନଂ ଜାତୀୟ ରାଜପଥର ଗଡ଼ଖୋର୍ଦ୍ଧା ଛକ ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣାରେ ଜଣକର ମୃତ୍ୟୁ ହୋଇଥିବା ବେଳେ ୧୦ ରୁ ଉର୍ଦ୍ଧ୍ବ ଆହତ ହୋଇ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ସୂଚନା ଅନୁଯାୟୀ ଓଁ ଶାନ୍ତି ନାମକ ବସ ଭୁବନେଶ୍ୱରରୁ ଭଞ୍ଜନଗର ଅଭିମୁଖେ ଯାଉଥିବା ବେଳେ ଗଡ଼ଖୋର୍ଦ୍ଧା ଛକ ନିକଟରେ ଏକ ଟ୍ରକକୁ ପଛପଟୁ ଧକା ଦେଇଥିଲା । ଫଳରେ ବସରେ ଥିବା ଜଣେ ଯାତ୍ରୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୧୦ ରୁ ଉର୍ଦ୍ଧ୍ବ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି ।

ଗୁରୁତର ମାନଙ୍କୁ ସଙ୍ଗେ ସଙ୍ଗେ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି । ସେପଟେ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.