ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୭୦କୁ ବୃଦ୍ଧି

ଭୁବନେଶ୍ୱର (କେନ୍ୟୁଜ) : ରାଜ୍ୟରେ ଆଉ ଜଣେ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ। ଚିହ୍ନଟ ଆକ୍ରାନ୍ତ ଜଣଙ୍କ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଛି। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ୱେବସାଇଟରେ ଏହାର ସୂଚନା ମିଳିଛି। ଗଞ୍ଜାମ ଜିଲ୍ଲାର ତୃତୀୟ କରୋନା ଆକ୍ରାନ୍ତ ଚିହ୍ନଟ। ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୭୦ରେ ପହଁଚିଛି। ତେବେ ବର୍ତ୍ତମାନ ରାଜ୍ୟରେ ୧୦୯ କେସ ସକ୍ରିୟ ଥିବାବେଳେ ୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ଜଣଙ୍କର ମୃତ୍ୟୁ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.