ଗଞ୍ଜାମରୁ ପୁଣି ଆଉ ଜଣେ କରୋନା ରୋଗୀ ଚିହ୍ନଟ, ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮୪କୁ ବୃଦ୍ଧି

ଗଞ୍ଜାମ(କେନ୍ୟୁଜ): ଆଜି ରାଜ୍ୟରେ ପୁଣି ଜଣ କରୋନା ପଜିଟିଭ ଚିହ୍ନଟ୍ ହୋଇଛି। ତେବେ ଆକ୍ରାନ୍ତ ବ୍ୟକ୍ତି ଜଣକ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଛି। ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୮କୁ ବୃଦ୍ଧି ହୋଇଛି । ତେବେ ଏହା ମଧ୍ୟରେ ରାଜ୍ୟରେ ଆଉ ୪ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ବୋଲି ଖବର ମିଳିଛି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ ରେ ସୂଚନା ପ୍ରଦାନ କରାଯାଇଛି ।

ସୂଚନା ଅନୁଯାୟୀ ରାଜ୍ୟର ଗଞ୍ଜାମ ଜିଲ୍ଲାରେ ମୋଟ ୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ତେବେ ଏହି ବ୍ୟକ୍ତି ଜଣଙ୍କୁ ମିଶାଇ ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୪ରେ ପହଂଚିଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୨୧୯ଟି ଆକ୍ଟିଭ୍ କେସ୍ ଥିବାବେଳେ ୬୭ ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଛନ୍ତି । ରାଜ୍ୟରେ ୨ ଜଣଙ୍କ କରୋନରେ ମୃତ୍ୟୁ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.