ଗଂଜାମ ପରେ ପୁଣି ନୟାଗଡ଼, ପ୍ରଥମଥର ପାଇଁ ନୟାଗଡରେ ଜଣେ କରୋନା ରୋଗୀ ଚିହ୍ନଟ

ନୟାଗଡ଼(କେନ୍ୟୁଜ): ଗଞ୍ଜାମ ପରେ ପୁଣି ନୟାଗଡ଼ରୁ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ୍ ହୋଇଛନ୍ତି । ଆକ୍ରାନ୍ତ ବ୍ୟକ୍ତିଙ୍କ ବୟସ ୪୦ ବର୍ଷ ହୋଇଥିବା ବେଳେ ସେ ସୁରଟରୁ ଫେରିଥିଲେ ବୋଲି ସୂଚନା ମିଳିଛି । ତେବେ ରାଜ୍ୟରେ ନୟାଗଡ଼ ଜିଲ୍ଲାରେ ପ୍ରଥମ ଥର ପାଇଁ ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୯କୁ ବୃଦ୍ଧି ହୋଇଛି । ତେବେ ଏହା ମଧ୍ୟରେ ରାଜ୍ୟରେ ଆଉ ୪ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ବୋଲି ଖବର ମିଳିଛି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ ରେ ସୂଚନା ପ୍ରଦାନ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.