ରାଜ୍ୟରେ ଆଉ ଜଣେ କୋଭିଡ ପଜିଟିଭ ଚିହ୍ନଟ, ସଂକ୍ରମିତଙ୍କ ସଂଖ୍ୟା ୩

କୋଭିଡର ନୂଆ ଭାରିଆଣ୍ଟ JN.1ର ସଂକ୍ରମଣ ବଢ଼ିବା ପରେ ରାଜ୍ୟରୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ଆଉ ଜଣେ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ସଂକ୍ରମିତଙ୍କ ସଂଖ୍ୟା ୩ରେ ପହଞ୍ଚିଛି ।

ରାଜ୍ୟରେ କାୟା ବିସ୍ତାର କଲାଣି କରୋନା । ଆଜି ଆଉ ଜଣେ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ସଂକ୍ରମିତଙ୍କ ସଂଖ୍ୟା ୩ରେ ପହଞ୍ଚିଛି । କୋଭିଡର ନୂଆ ଭାରିଆଣ୍ଟ JN.1ର ସଂକ୍ରମଣ ବଢ଼ିବା ପରେ ରାଜ୍ୟରୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ରାଜ୍ଯରେ ଜଣେ କୋଭିଡ ଆକ୍ରାନ୍ତ ଚିହ୍ନଟ ହେବା ପରେ ମାସ୍କ ପିନ୍ଧିବାକୁ ପ୍ରସ୍ତାବ ଦେଇଛି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ବୟସ୍କ ଓ ବହୁବିଧ ରୋଗରେ ପୀଡ଼ିତଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି । ବାହାରକୁ ଗଲେ ମାସ୍କ ପିନ୍ଧିବା ସହ ଜନଗହଳି ସ୍ଥାନରୁ ଦୂରେଇ ରହିବାକୁ ପରାମର୍ଶ ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.