ଗଞ୍ଜାମ: ପ୍ରଶାସନର ଯାଞ୍ଚ ଶୂନ, ପୁଣି ଶ୍ରମିକ ବୋଝେଇ ଟ୍ରାକ୍ଟର ଓଲଟି ଜଣେ ମୃତ ୧୫ରୁ ଅଧିକ ଆହତ

ଗଞ୍ଜାମ(କେନ୍ୟୁଜ୍): ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ ତଣ୍ଡିପୁର ନିକଟରେ ଶ୍ରମିକ ବୋଝେଇ ଟ୍ରାକ୍ଟର ଓଲଟି ଜଣେ ମୃତ୍ୟୁ ବରଣ କରିଥିବା ବେଳେ ପନ୍ଦର ଜଣ ଆହତ ହୋଇଛନ୍ତି । ରାସ୍ତା କାମ କରିବା ପାଇଁ ଯାଇଥିବା ଶ୍ରମିକ ନିଜ ଗାଁ ଖାରିଆଗୁଡା ନିକଟସ୍ଥ ଜଗଦେବପୁରକୁ ଟ୍ରାକ୍ଟର ଯୋଗେ ଫେରୁଥିବା ବେଲେ ତଣ୍ଡିପୁର ନିକଟରେ ଟ୍ରାକ୍ଟରଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା ।

ଦୁର୍ଘଟଣାରେ ଆହତମାନଙ୍କୁ ପାତ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା ।କିନ୍ତୁ ସେଠାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ସାତ ଜଣଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମ୍ କେ ସି ଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଘଟଣା ସ୍ଥଳରେ ଜରଡା ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.