ମର୍ମନ୍ତୁଦ ସଡ଼କ ଦୁର୍ଘଟଣା,ଜଣେ ଗୁରୁତର

ଦଶପଲ୍ଲା : ଗଣିଆ ଥାନା ଅନ୍ତର୍ଗତ ଛାଡ଼ମୂଳ ଗ୍ରାମ ନିକଟସ୍ଥ ଲାଲବାବା ମଠ ନିକଟରେ ଏକ ବାଇକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ଛାମୁଣ୍ଡିଆ ପଞ୍ଚାୟତ କୁମ୍ଭୀରଖଣି ଗ୍ରାମର ଛବି ବେହେରା (୨୬) ଗୁରୁତର ହୋଇଥିବା ଜଣାପଡ଼ିଛି । ଗୁରୁତର ଯୁବକକୁ ୧୦୮ ଆମ୍ବୁଲାନ୍ସ ଯୋଗେ ପ୍ରଥମେ ଗଣିଆ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇ ସେଠାରେ ଯୁବକକୁ ପ୍ରାଥମିକ ଚିକିତ୍ସା ଯୋଗାଇ ଦିଆଯାଇଥିଲା । ତେବେ ଯୁବକଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ବର ସ୍ଥିତ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିବା ଜଣାପଡ଼ିଛି ।