ଢେଙ୍କାନାଳ ସଦର ଥାନା ଅଞ୍ଚଳରେ ଏକ ତରଫା ପ୍ରେମକୁ ନେଇ ହତ୍ୟାକାଣ୍ଡ

ଢେଙ୍କାନାଳ(କେନ୍ଯୁଜ୍) : ଏକ ତରଫା ପ୍ରେମରୁ ହତ୍ୟାକାଣ୍ଡ । ଘଟଣା ଘଟିଛି ଢେଙ୍କାନାଳ ସଦର ଥାନା ଅଞ୍ଚଳରେ । ସମିନଇ ଆଞ୍ଚଳିକ ମହାବିଦ୍ୟାଳୟର ଜଣେ ଛାତ୍ର ଗତ ୩ ତାରିଖରୁ ନିଖୋଜ ଥିଲେ । ଏନେଇ ପରିବାର ପକ୍ଷରୁ ଥାନାରେ ଲିଖିତ ଅଭିଯୋଗ ହୋଇଥିଲା । କଲେଜ ନିକଟ ଜଙ୍ଗଲରୁ ଆଜି ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଘଟଣାସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏକ ତରଫା ପ୍ରେମକୁ ନେଇ ହତ୍ୟାକାଣ୍ଡ ହୋଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି ।

Leave A Reply

Your email address will not be published.