ରାଜ୍ୟ

ଅପେରା ପାର୍ଟି ଟ୍ରକ ଦୁର୍ଘଟଣାଗ୍ରସ୍ତ, ୪  ଆହତ

ବାଂଶପାଳ :  କେନ୍ଦୁଝର ଜିଲ୍ଲା କାଞ୍ଜିପାଣି ଘାଟିରେ ଯାତ୍ରାପାର୍ଟି ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ୪ ଜଣ ଆହତ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ଥିବା ଜଣାଯାଇଛି । ସେମାନେ ହେଲେ ଝୁଣ୍ଟୁ ମୁଦୁଲି, ପଶ୍ଚିମବଙ୍ଗ,ଦୁର୍ଜନ ମାଝି, ପୁରି,କାହ୍ନା ପାତ୍ର ବାଲେଶ୍ବର, ବାଦଲ ମାଝି ବାଲେଶ୍ବର।

ତାରିଣୀ ଗଣନାଟ୍ୟ ତେଲକୋଇ ଥାନା ଅନ୍ତର୍ଗତ ଦୁଲ୍ଲଭପୁର ଗାଁକୁ ଯାତ୍ରା ପରିବେଷଣ ପାଇଁ ଯାଉଥିବା ବେଳେ ଘାଟିରେ ଭାରସାମ୍ୟ ହରାଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରକଟି କାଞ୍ଜିପାଣି ଥାନା ଅନ୍ତର୍ଗତ କୁସୁମ ଘାଟିରେ ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ସୁରକ୍ଷା ବାଡ ଉପରକୁ ଚଢି ଯାଇଥିଲା । ଫଳରେ ଦୁଇଜଣ ଗୁରୁତର ହୋଇଥିବା ବେଳେ ଅନ୍ୟ ଦୁଇଜଣ ଆହତ ହୋଇଛନ୍ତି। ସେମାନଙ୍କୁ ତେଲକୋଇ ମେଡିକାଲରେ ଭର୍ତ୍ତି କରାଯାଇଛି।

Niharanjan

Recent Posts

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

16 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

30 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

43 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

44 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

9 hours ago