ଆସୁଛି ଲଘୁଚାପ ସାଙ୍ଗକୁ ବଡ଼ ବର୍ଷା! ଆଜି ୮ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର(କେନ୍ୟୁଜ୍): ଆସୁଛି ଲଘୁଚାପ । ସାଙ୍ଗରେ ନେଇ ଆସୁଛି ବଡ଼ ବର୍ଷା । ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ଅଧିକ ଘନୀଭୂତ ହୋଇ ଆଗାମୀ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶା ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଏକ ଲଘୁଚାପ କ୍ଷେତ୍ର।

ଏହାର ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷା । ଆଗାମୀ ୪ରୁ ୫ଦିନ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକା ବର୍ଷା ହେବ । କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ୮ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.