ଆଜିଠାରୁ ୨୮ଯାଏ ସାରା ରାଜ୍ୟରେ ଲାଗିରହିବ ଝଡ଼ବର୍ଷା ! ୫ ଦିନ ପାଇଁ ଅଧିକାଂଶ ଜିଲ୍ଲାରେ ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ୱର : ଆଜି ଠାରୁ ସାରା ରାଜ୍ୟରେ ଝଡ଼ବର୍ଷା ଲାଗିରହିବ । ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆସନ୍ତା ୫ ଦିନ ପାଇଁ ରାଜ୍ୟର ଅଧିକାଂଶ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୬ଟି ଜିଲ୍ଲାରେ କାଳବୈଶାଖୀ ସହ ବଜ୍ରପାତ ହୋଇପାରେ। କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ଗଞ୍ଜାମ ଓ ଗଜପତି ଜିଲ୍ଲାରେ କାଳବୈଶାଖୀ ସହ ୪୦ରୁ ୫୦ କିମି ବେଗରେ ପବନ ବହିପାରେ। ଏଥିସହ ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ଗଞ୍ଜମ ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟ ଜିଲ୍ଲାଗୁଡିକରେ ଝଡ଼ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ସେହିପରି ୨୫ ଓ ୨୬ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିବ।  ୨୭, ୨୮ତାରିଖରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ବୌଦ୍ଧ ଓ ମୟୂରଭଞ୍ଜ ଜିଲ୍ଲାରେ ଘଡଘଡି ସହ ବଜ୍ରପାତ ହୋଇପାରେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.