Below header

ଉତ୍ତର-ପଶ୍ମିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ, ୭ଟି ଜିଲ୍ଲାକୁ ୟେଲୋ ଓ ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ ଗାଙ୍ଗେୟ ଉପତ୍ୟକାରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ଲଗାଣ ବର୍ଷା। ଉତ୍ତର ଉପକୂଳ ଓଡ଼ିଶାରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ବାଲେଶ୍ୱର, ସୁନ୍ଦରଗଡ଼, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, କେନ୍ଦୁଝର, ପୁରୀ ଓ କଳାହାଣ୍ଡି ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବା ସୂଚନା ଦେଇଛି ପାଣିପାଗ ବିଭାଗ। ୪୮ ଘଣ୍ଟା ଭିତରେ ଆସୁଛି ଆଉ ଏକ ଲଗୁଚାପ। ଏହାର ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ସେହିପରି ୭ଟି ଜିଲ୍ଲାକୁ ୟେଲୋ ଓ ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.