Below header

ଆଗାମୀ ୨୪ ଘଣ୍ଟା ପାଇଁ ମାଲକାନଗିରି ଓ କୋରାପୁଟକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ ଧୀରେ ଧୀରେ ଭୟଙ୍କର ରୂପ ନେବାରେ ଲାଗିଛି । ଏହାର ପ୍ରଭାବରେ ଆଗାମୀ ତିନି ଦିନ ପର୍ଯ୍ୟନ୍ତ ଲାଗି  ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ଲାଗି ରହିବ । ଏନେଇ ଆଗାମୀ ୨୪ ଘଣ୍ଟା ପାଇଁ ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ସେହିପରି ଗଞ୍ଜାମ, ପୁରୀ, ଗଜପତି, ଜଗତସିଂହପୁର,ରାୟଗଡ଼ା, କନ୍ଧମାଳ,ନବରଙ୍ଗପୁର,କଳାହାଣ୍ଡି,ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ଵାର୍ଣ୍ଣିଂ । ଏପଟେ ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି ଜିଲ୍ଲାରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି ।

୧୧୫.୩ ମିମିବର୍ଷା ରେକର୍ଡ ହୋଇଛି । ଜିଲ୍ଲାରେ ସ୍ୱାଭାବିକଠାରୁ ୧୨ ପ୍ରତିଶତ ଅଧିକ ବର୍ଷା ହୋଇଛି । ୧୨ ଜିଲ୍ଲାରେ ସ୍ୱାଭାବିକଠାରୁ କମ୍‌ ବର୍ଷା ରେକର୍ଡ କରାଯାଇଛି । ଏହି ଲଘୁଚାପ ବର୍ଷା ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁ, ଖୋର୍ଦ୍ଧା, କଟକରେ ନିଅଣ୍ଟିଆ ବର୍ଷାକୁ ପୂରଣ କରିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.