Below header

ଲଘୁଚାପ ପ୍ରଭାବରେ ରାଜ୍ୟରେ କାଲିଠୁ ବଡ଼ ବର୍ଷା, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଓଡ଼ିଶା ଉପରେ ଲଘୁଚାପ ପ୍ରଭାବ । ଆଗାମୀ ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୪ଟି ଜିଲ୍ଲା ନୟାଗଡ଼, ବୌଦ୍ଧ, ଅନୁଗୋଳ ଓ ସମ୍ବଲପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ୧୨ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ୧୭ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ।

ଭୁବନେଶ୍ୱର (କେନ୍ୟୁଜ): ଓଡ଼ିଶା ଉପରେ ଲଘୁଚାପ ପ୍ରଭାବ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଓଡ଼ିଶା- ପଶ୍ଚିମବଙ୍ଗ ଉପକୂଳରେ ଲଘୁଚାପ କ୍ଷେତ୍ର ରହିଛି। ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ। ଏହାର ପ୍ରଭାବରେ ଆଗାମୀ ୫ଦିନ ଯାଏ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ। କେତେକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ମଧ୍ୟ ରହିଛି।

ଆଗାମୀ ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୪ଟି ଜିଲ୍ଲା ନୟାଗଡ଼, ବୌଦ୍ଧ, ଅନୁଗୋଳ ଓ ସମ୍ବଲପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ୧୨ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ୧୭ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, ଜଗତସିଂହପୁର ଓ ପୁରୀକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଅଗଷ୍ଟ ୧ରୁ ବଢିବ ବର୍ଷାର ପରିମାଣ ଓ ବିସ୍ତତି। ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଏଯାଏ ୧୨ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି। ଜୁନ ୧ ଠାରୁ ବର୍ତ୍ତମାନ ସୁଦ୍ଧା ୪୭୫.୫ ମିମି ବର୍ଷା ହୋଇଥିବା ବେଳେ ସ୍ୱାଭାବିକ ବୃଷ୍ଟିପାତ ପରିମାଣ ୫୩୯.୨ମିମି ରହିଛି। ୨ଟି ଜିଲ୍ଲାରେ ଅତ୍ୟଧିକ ବୃଷ୍ଟିପାତ ହୋଇଥିବା ବେଳେ ୧୬ ଜିଲ୍ଲାରେ ସ୍ୱାଭାବିକ ଓ ୧୨ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି। ମୁଖ୍ୟତଃ ଉପକୂଳ ଓଡ଼ିଶାର ଜିଲ୍ଲା ମାନଙ୍କରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.