ଆସୁଛି ବଡ଼ ବର୍ଷା, ଆଗାମୀ ୨୪ ଘଣ୍ଟା ପାଇଁ ଅତି ପ୍ରବଳ ସମ୍ଭାବନା ଥିବା ୪ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଆସୁଛି ବଡ଼ ବର୍ଷା । ରାଜ୍ୟରେ ବନ୍ୟା ସ୍ଥିତି ଧୀରେ ଧୀରେ ସୁଧୁରୁଥିବା ବେଳେ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ସମ୍ଭାବନା ଥିବା ୪ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ଏହି ଜିଲ୍ଲା ଗୁଡିକ ହେଲା ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ । ସେହିଭଳି ପ୍ରବଳ ବର୍ଷା ପାଇଁ ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଆଜି ସକାଳୁ ସକାଳୁ ଭୁବନେଶ୍ୱରରେ ଝିପି ଝିପି ବର୍ଷା ଆରମ୍ଭ ହୋଇଯାଇଛି। ଆସନ୍ତା ୨୯ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ତେବେ ଏନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କିଛି ସ୍ପଷ୍ଟ କରାଯାଇନାହିଁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.