ମେ ୨ ଯାଏ ରାଜ୍ୟରେ ଜାରି ରହିବ କାଳବୈଶାଖୀ, ଆଜି ୬ ଜିଲ୍ଲାକୁ ‌ଅରେଞ୍ଜ ୱାର୍ଣ୍ଣିଂ

ଆସନ୍ତା ୨ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିବା ସହ ତାପମାତ୍ରା ବି ‌ବିଶେଷ ବଢ଼ିବାର ସମ୍ଭାବନା ନାହିଁ ବୋଲି ପାଣିପାଗ କେନ୍ଦ୍ର କହିଛି।ପ୍ରବଳ ବର୍ଷା ପାଇଁ ଆଜି ୬ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

ଭୁବନେଶ୍ବର (କେନ୍ୟୁଜ): ମେ ୨ ଯାଏ କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ କୁଆପଥର ବର୍ଷା ଏବଂ ଝଡ଼ ତୋଫାନ ହେଉଛି। ଆଜି ଉପକୂଳ ସହିତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୨୫ ଜିଲ୍ଲାରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ସମ୍ଭାବନା ରହିଛି। ପ୍ରବଳ ବର୍ଷା ପାଇଁ ଆଜି ୬ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମ। ଏହି ସବୁ ଜିଲ୍ଲାର କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ। ଏହାବ୍ୟତୀତ ମାଲକାନଗିରି, କୋରାପୁଟ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ବୌଦ୍ଧ, ଅନୁଗୁଳ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତା ୨ ତାରିଖ ଯାଏ ରାଜ୍ୟରେ ଏହିଭଳି କାଳବୈଶାଖୀ ବର୍ଷା ଜାରି ରହିବା ସହ ତାପମାତ୍ରା ବି ‌ବିଶେଷ ବଢ଼ିବାର ସମ୍ଭାବନା ନାହିଁ ବୋଲି ପାଣିପାଗ କେନ୍ଦ୍ର କହିଛି। ଆଜି ଭୁବନେଶ୍ବର ଓ ଆଖପାଖ ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନ‌ା ରହିଛି। ଦିନର ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୬ ଡିଗ୍ରି ମଧ୍ୟରେ ରହିବ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.