ସକ୍ରିୟ ରହିଛି ସୁଦୃଶ୍ୟ ଲଘୁଚାପ: ୨୪ ଘଣ୍ଟା ପାଇଁ ପ୍ରବଳ ବର୍ଷା ନେଇ ୭ ଜିଲ୍ଲା ଅରେଞ୍ଜ ୱାର୍ଣ୍ଣିଂ

ଆହୁରି ୪ ଦିନ ବର୍ଷିବ । ଆସନ୍ତା ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ ଓ କଟକକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୧୦ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ବିଭିନ୍ନ ଜିଲ୍ଲାର ବିଜୁଳି ଘଡ଼ଘଡ଼ି ବି ହୋଇପାରେ ।

ଭୁବନେଶ୍ୱର (କେନ୍ୟୁଜ): ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାର୍ଶ୍ବବର୍ତ୍ତୀ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି ସୁଦୃଶ୍ୟ ଲଘୁଚାପ । ୱେଲ ମାର୍କଡ ଲୋ ପ୍ରେସର ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହାର ପ୍ରଭାବରେ ରାଜ୍ୟରେ ଭୀଷଣ ବର୍ଷା ହେଉଛି । ଆହୁରି ୪ ଦିନ ବର୍ଷିବ । ଏଥିପାଇଁ ଚେତାବନୀ ଦେଇଛି ପାଣିପାଗ ବିଭାଗ । ଆଜି ଓ ଆସନ୍ତାକାଲି କିଛି ଜିଲ୍ଲାରେ ମୂଷଳଧାରାରେ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ ଓ କଟକକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୧୦ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ବିଭିନ୍ନ ଜିଲ୍ଲାର ବିଜୁଳି ଘଡ଼ଘଡ଼ି ବି ହୋଇପାରେ ।

ଆସନ୍ତାକାଲି ଭୀଷଣ ବର୍ଷା ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର ଓ ସମ୍ବଲପୁରକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ୪ ତାରିଖ ପରେ ପାଗରେ ପରିବର୍ତ୍ତନ ହେବ । ରାଜ୍ୟରେ ଜୁନ ୧ରୁ ସେପ୍ଟେମ୍ବର ୩୦ ଯାଏ ୧୧୧୫.୪ ମିମି ବର୍ଷା ହୋଇଛି । ଯାହାକି ସ୍ବାଭାବିକ ବର୍ଷା ତୁଳନାରେ ୩ ପ୍ରତିଶତ କମ । ଏହି ସମୟ ମଧ୍ୟରେ ୩ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ୩ ଜିଲ୍ଲାରେ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ବାକି ୨୪ଜିଲ୍ଲାରେ ହୋଇଛି ସ୍ବାଭାବିକ ବର୍ଷା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.