ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ଅଞ୍ଚଳରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସମ୍ଭାବନା ରହିଛି । ଆଜି ସକାଳ ୮ଟା ୩୦ ଯାଏ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ କେନ୍ଦ୍ର ।

ଏହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର । ସେହିଭଳି ପ୍ରବଳ ବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । କାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ୧୧ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ୯ ତାରିଖରେ ମଧ୍ୟ ୧୧ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.