ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ, ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

କେନ୍ୟୁଜ୍(ବ୍ୟୁରୋ):ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି । ଗଭୀର ଅବପାତ ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ପ୍ରଭାବରେ ଉତ୍ତର ବାଲେଶ୍ୱର, ମୟୂରଭଞ୍ଜ ଓ ଭଦ୍ରକରେ ବର୍ଷା ଜାରି ରହିଛି । ଏଥିପାଇଁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲା ଗୁଡ଼ିକ ହେଲା କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର ଓ ବଲାଙ୍ଗୀର । ସେହିଭଳି ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଚେତାବନୀ ଦେଇଛି ପାଣିପାଗ କେନ୍ଦ୍ର ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.