୨୪ ଘଣ୍ଟାରେ ବଡ଼ ବର୍ଷା, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ବର୍ଷୁଛି , ଆହୁରି ବର୍ଷିବ । ସାରା ରାଜ୍ୟରେ ମେଘୁଆ ପଗ ସହ ତୁହାକୁ ତୁହା ବର୍ଷା ଲାଗି ରହିଛି । ଆଗାମୀ ୨୪ ଘଣ୍ଟାରେ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି । ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସବୁ ସ୍ଥାନଗୁଡିକରେ ୧୨ ରୁ ୨୦ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ । ସେହିପରି ଆସନ୍ତକାଲି ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲା ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଝାରସୁଗୁଡା,ସମ୍ବଲପୁର ଏବଂ ବରଗଡ଼ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ । ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ରାଜ୍ୟରେ ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି SRC। ବଲାଙ୍ଗିର, ମୟୂରଭଞ୍ଜ, ସମ୍ବଲପୁର ଓ ପୁରୀ ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ କୁହାଯାଇଛି । ପ୍ରବଳ ବର୍ଷା ଯୋଗୁ ଜଳମଗ୍ନ ସ୍ଥିତି ଉପୁଜିବା ଆଶଙ୍କା କରାଯାଉଛି। ଦୃଶ୍ୟମାନ କମ୍ ହେବା ସହ ପୋଲ ଓ ରାସ୍ତାରେ ପାଣି ବହିବା ଆଶଙ୍କା ରହିଛି। ଜଳ ନିଷ୍କାସନ ଓ ଡ୍ରେନେଜ ବ୍ୟବସ୍ଥାକୁ ଗୁରୁତ୍ବ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଝାଡଖଣ୍ଡ ଓ ଛତିଶଗଡ଼ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଗାଙ୍ଗେୟ ପଶ୍ଚିମବଙ୍ଗର ସ୍ଥଳଭାଗ ଉପରେ ସକ୍ରିୟ ରହିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇପାରେ ।