ଆକାଶରୁ ଖସିବ କୁଆପଥର, ଆସନ୍ତାକାଲି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଆକାଶରୁ ଖସିବ କୁଆପଥର । ଆଜି ଓ ଆସନ୍ତାକାଲି ଦୁଇ ଦିନ ବିଜୁଳି ଘଡ଼ଘଡ଼ି, କୁଆପଥର ଓ ପ୍ରବଳ ବର୍ଷା ପାଇଁ ଚେତାବନୀ ଜାରି କରାଯାଇଛି ।

ଭୁବନେଶ୍ବର : ଆକାଶରୁ ଖସିବ କୁଆପଥର । ଆଜି ଓ ଆସନ୍ତାକାଲି ଦୁଇ ଦିନ ବିଜୁଳି ଘଡ଼ଘଡ଼ି, କୁଆପଥର ଓ ପ୍ରବଳ ବର୍ଷା ପାଇଁ ଚେତାବନୀ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ଅନଗୁଳ, ଢେଙ୍କାନାଳ ଓ ଯାଜପୁରରେ ବିଜୁଳି ଘଡ଼ଘଡ଼ି ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ସୋନପୁର ଓ ବୌଦ୍ଧରେ କୁଆପଥର ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ । କୁଆପଥର ମାଡ଼ ଯୋଗୁ ଫସଲ ନଷ୍ଟ ଆଶଙ୍କା ରହିଛି । ସେହିପରି କଟକ, ନୟାଗଡ଼, କନ୍ଧମାଳ, ଢେଙ୍କାନାଳ ଓ ଯାଜପୁରରେ ପ୍ରବଳ ବର୍ଷା ହୋଇପାରେ । ଏସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।

ସେହିପରି ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଆସନ୍ତାକାଲି ପାଇଁ ବିଜୁଳି ଘଡ଼ଘଡ଼ି ପାଇଁ ୮ ଜିଲ୍ଲା ଓ ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ଆସନ୍ତାକାଲି ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏନେଇ ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ଏସଆରସି ଚିଠି ଲେଖିଛନ୍ତି । ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକର ପ୍ରଶାସନକୁ ସଜାଗ ରହିବାକୁ କୁହାଯାଉଛି । ବିଜୁଳି, ଘଡ଼ଘଡ଼ି, କୁଆପଥର ମାଡ଼ ଯୋଗୁ କ୍ଷୟକ୍ଷତି ହେଲେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.