ପଶ୍ଚିମବଙ୍ଗ-ଓଡ଼ିଶା ସୀମାନ୍ତ ଅ଼ଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା, ୧୦ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂଜାରି

ଭୁବନେଶ୍ବର(କେନ୍ୟୁଜ୍): ପଶ୍ଚିମବଙ୍ଗ-ଓଡ଼ିଶା ସୀମାନ୍ତ ଅ଼ଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଆସନ୍ତା ଦୁଇ ଦିନ ଧରି ଅଧିକାଂଶ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୧୦ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହାପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହେବ। ଘୂର୍ଣ୍ଣିବଳୟ ଝାଡଖଣ୍ଡ ଆଡକୁ ଅଗ୍ରସର ହେଉଥିବାରୁ ୧୪ ତାରିଖ ପରଠାରୁ ବର୍ଷା ପରିମାଣ କମିବ।