କାଳବୈଶାଖୀ ବର୍ଷା, ବିଜୁଳି ଓ ଘଡ଼ଘଡ଼ି ପାଇଁ ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା । ଆଜି ବିଜୁଳି ଓ ଘଡ଼ଘଡ଼ି ପାଇଁ ୧୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି । ଏହି ଜିଲ୍ଲାଗୁଡ଼ିକରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏପରିକି ବିଜୁଳି ଘଡ଼ ଘଡ଼ି ସହ ୭ରୁ ୧୧ ସେମି ବର୍ଷା ହୋଇପାରେ ।

ସେହିପରି ଆଜି ବିଜୁଳି ଓ ଘଡ଼ଘଡ଼ି ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର । ଏସବୁ ଜିଲ୍ଲାରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ । ଆସନ୍ତା ୨୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଆଶଙ୍କା ରହିଛି । କାଳବୈଶାଖୀ ବର୍ଷା ପ୍ରବାହରେ ୩ ଦିନ ମଧ୍ୟରେ ୩ରୁ ୫ ଡିଗ୍ରି ସେଲସିୟସ ଯାଏ ତାପମାତ୍ରା ହ୍ରାସ ପାଇବ। ୨୫ ତାରିଖ ପରଠାରୁ ଧୀରେ ଧୀରେ ତାପମାତ୍ରା ବୃଦ୍ଧି ପାଇବ ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

 

ଆହୁରି ପଢ଼ନ୍ତୁ : ବଜ୍ରପାତରେ ଜଣେ ମୃତ, ସୋର ଖଇରା ଥାନା ଚକ୍ରଧରପୁରରେ ଅଘଟଣ