ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା, କାଲି ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ପଶ୍ଚିମା ଝଡ଼ ପ୍ରଭାବରେ ଢେଙ୍କାନାଳ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ସହ କୁଆପଥର ମାଡ଼ ହୋଇଛି । ଆଗମୀ ୨୪ ଘଣ୍ଟାରେ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପାଇଁ ୧୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ ।

କେନ୍ୟୁଜ୍(ବ୍ୟୁରୋ): ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା । ରାଜଧାନୀ ସମେତ ବିଭିନ୍ନ ସ୍ଥାନରେ ଅପରାହ୍‌ଣରେ ବର୍ଷା ଯୋଗୁ ଜନଜୀବନ ପ୍ରଭାବିତ । ପଶ୍ଚିମା ଝଡ଼ ପ୍ରଭାବରେ ଢେଙ୍କାନାଳ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ସହ କୁଆପଥର ମାଡ଼ ହୋଇଛି । ଆଗମୀ ୨୪ ଘଣ୍ଟାରେ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପାଇଁ ୧୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ ।

ପ୍ରବଳ ବର୍ଷା ପାଇଁ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, କଟକ ଓ ଢେଙ୍କାନାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏସବୁ ଜିଲ୍ଲାରେ ୭ ସେଣ୍ଟିମିଟରୁ ୧୧ ସେଣ୍ଟିମିଟର ବର୍ଷା ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୫ ତାରିଖ ସକାଳ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ଆସନ୍ତା ୨ତାରିଖରୁ ପୁଣି ଏକ ପଶ୍ଚିମା ଝଡ଼ ସମ୍ଭାବନା ରହିଛି।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.