Below header

ଆସନ୍ତା ୫ ଦିନ ଯାଏ ପ୍ରବଳ ବର୍ଷା ! ଦକ୍ଷିଣରେ କମିବ, ଉତ୍ତରରେ ବଢ଼ିବ

ଭୁବନେଶ୍ୱର( କେନ୍ୟୁଜ): ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି । ୫ ଦିନ ଯାଏ ଭୀଷଣ ବର୍ଷା ସମ୍ଭାବନା । ଏବେ ଉତ୍ତର ଓଡ଼ିଶା ମୁହାଁ ଲଘୁଚାପ । ଉତ୍ତର ଓଡ଼ିଶା ଓ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସକ୍ରିୟ ରହିଛି । ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ବର୍ଷା ଜାରି ରହିଛି । ଆସନ୍ତା ୨୪ ଘଣ୍ଟାରେ କଟକ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼, ସମ୍ବଲପୁର ଓ ନୂଆପଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଏହି ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ । ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନର ଆଶଙ୍କା ରହିଛି । ଖାଲୁଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଉପୁଜିପାରେ । ସେହିପରି ୨୪ ଘଣ୍ଟା ଭିତରେ ପ୍ରବଳ ବର୍ଷା ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏସବୁ ଜିଲ୍ଲାରେ ୭ରୁ ୧୧ସେଣ୍ଟିମିଟର ବର୍ଷା ସମ୍ଭାବନା ରହିଛି । ୧୭ ଓ ୧୮ରେ ବର୍ଷାର ପରିମାଣ କମିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.