ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ମଧ୍ୟମ ଧରଣର ବର୍ଷା ! ୧୩ଟି ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସନ୍ତାକାଲି ସକାଳ ୮ଟା ୩୦ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏଥିପାଇଁ ୧୩ଟି ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ଗଜପତି, ଗଞ୍ଜାମ, କୋରାପୁଟ, ରାୟଗଡ଼ା, ବୌଦ୍ଧ, ନୂଆପଡ଼ା, ମୟୂରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଗୋଟିଏ ଦୁଇଟି ସ୍ଥାନରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।

Leave A Reply

Your email address will not be published.