OUTRର ହେବ ନବକଳେବର, ମାଷ୍ଟର ପ୍ଲାନ୍‌କୁ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ: ୩ବର୍ଷରେ ଖର୍ଚ୍ଚ ହେବ ୧୫୦୦ କୋଟି ଟଙ୍କା

ଭୁବନେଶ୍ୱର (କେନ୍ୟୁଜ): ବୈଷୟିକ ଶିକ୍ଷା କ୍ଷେତ୍ରରେ ଆସିବ ରୂପାନ୍ତର । ଓଡ଼ିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ଵବିଦ୍ୟାଳୟର-OUTR ହେବ ନବକଳେବର । ପୂର୍ବରୁ ଏହା କଲେଜ ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ବା CET ଭାବେ ପରିଚିତ ଥିଲା । ଭିତ୍ତିଭୂମି ଠାରୁ ଆରମ୍ଭ କରି ମାନବ ସମ୍ବଳର ବିକାଶ ଜରିଆରେ ଏହି ଅନୁଷ୍ଠାନର ହେବ ରୂପାନ୍ତର । ତିନି ବର୍ଷରେ ତିନୋଟି ପର୍ଯ୍ୟାୟରେ ଖର୍ଚ୍ଚ ହେବ ୧୫୦୦ କୋଟି ଟଙ୍କା । କେବଳ ପ୍ରଥମ ବର୍ଷରେ ବିନିଯୋଗ ହେବ ୧୦୦୦ କୋଟି ଟଙ୍କା । IIM, IIT ଓ NIT ପରି ଖ୍ୟାତିସମ୍ପନ୍ନ ବୈଷୟିକ ଅନୁଷ୍ଠାନ ପରି ଏହାର ବିକାଶ କରାଯାଇପାରିବ ।

ଆଜି OUTRର ବିକାଶ ସଂପର୍କିତ ମାଷ୍ଟର ପ୍ଲାନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ବର୍ତ୍ତମାନ OUTRରେ ୪୬୦୦ ଛାତ୍ରଛାତ୍ରୀ ପଢୁଥିବା ବେଳେ ଆଗାମୀ ୫ ବର୍ଷରେ ଯେପରି ୧୦ ହଜାର ଛାତ୍ରଛାତ୍ରୀ ପଢିବାର ସୁଯୋଗ ପାଇବେ, ତାକୁ ଦୃଷ୍ଟିରେ ରଖି ଏହାକୁ IIT ଢାଞ୍ଚାରେ ବିକାଶ କରାଯିବ । ଆଜି ମୁଖ୍ୟମନ୍ତ୍ରୀ OUTRର ଭିତ୍ତିଭୂମି, ପରିଚାଳନା, ଶିକ୍ଷାଦାନ ଆଦି ସଂପର୍କରେ ସମୀକ୍ଷା କରିଥିଲେ ।

ଏହି ବିଶ୍ଵବିଦ୍ୟାଳୟକୁ ବୈଷୟିକ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭାବରେ ଗଢି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଶିକ୍ଷା ଓ ଗବେଷଣାର ଗୁଣାତ୍ମକମାନ ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ । ଉଚ୍ଚମାନର ଶିକ୍ଷାଦାନ ଉପରେ ଗୁରୁତ୍ୱ ସହ new age technology ପାଇଁ ନୂଆ ନୂଆ ପାଠ୍ୟକ୍ରମ ଖୋଲାଯାଇ ମାନବ ସମ୍ବଳର ବିକାଶ ତଥା ଆନ୍ତଃ ବିଭାଗୀୟ ଗବେଷଣା କାର୍ଯ୍ୟକ୍ରମକୁ ଉତ୍ସାହିତ କରିବା ପାଇଁ ଅଧିକ Centre of Excellence ମଧ୍ୟ ପ୍ରତିଷ୍ଠା କରାଯିବ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.