ଯାଜପୁରର ପଦ୍ମଶ୍ରୀ ନନ୍ଦ ସାର ଅସୁସ୍ଥ, ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି

ଯାଜପୁର ରୋଡ,ଟାଉନ(କେନ୍ୟୁଜ୍): ଅସୁସ୍ଥ ହେଲେ ପଦ୍ମଶ୍ରୀ ନନ୍ଦ ସାର। ଗୁରୁତର ଅବସ୍ଥାରେ ଯାଜପୁର ଜିଲ୍ଲା ମୁଖ୍ୟ ଡାକ୍ତର ଖାନାରେ ଭର୍ତ୍ତି। ନନ୍ଦ ସାର ଗତ କିଛି ଦିନ ଧରି ଜ୍ୱରରେ ପୀଡିତ ଥିଲେ। ଆଜି ହଠାତ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଡାକ୍ତର ଖାନାରେ ଭର୍ତ୍ତି କରାଯାଇଛି।

ତେବେ ସାରଙ୍କ ଅବସ୍ଥା  ସ୍ଥିର ରହିଛି। ଛାତିର ଏକ୍ସରେ କରାଯାଇଛି। ରିପୋର୍ଟ ଆସିବା ପରେ ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ଜଣାପଡିବ ବୋଲି ଡାକ୍ତର କହିଛନ୍ତି। ତେବେ ଆବଶ୍ୟକ ହେଲେ ତାଙ୍କୁ ଅନ୍ୟ କୌଣସି ଡାକ୍ତର ଖାନାକୁ ସ୍ଥାନାନ୍ତର କରାଯିବ ବୋଲି ଡାକ୍ତର କହିଛନ୍ତି। ସୁକିନ୍ଦା ବ୍ଲକ କନ୍ତିରା ଗାଁର ନନ୍ଦ କିଶୋର ପୃଷ୍ଟିଙ୍କୁ ନିକଟରେ ରାଷ୍ଟ୍ରପତି ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.