ଆଜି ଶ୍ରୀଜିଉଙ୍କ ପଦ୍ମ ବେଶ, ପଦ୍ମରେ ଝଟକିବ ମହାପ୍ରଭୁଙ୍କ ଶ୍ରୀମୁଖ

ଆଜି ଶ୍ରୀମନ୍ଦିରରେ ପଦ୍ମ ବେଶରେ ଦର୍ଶନ ଦେବେ ମହାପ୍ରଭୁ। ପଦ୍ମରେ ଝଟକିବ ଶ୍ରୀମୁଖ। ଶ୍ରୀମନ୍ଦିରରେ ସମସ୍ତ ନୀତିକାନ୍ତ ସରି ରାତିରେ ଚନ୍ଦନଲାଗି ଓ ବଡ଼ସିଂହାର ବେଶ ସମୟରେ ଏହି ବେଶ ଅନୁଷ୍ଠିତ ହୁଏ।

ପୁରୀ(କେନ୍ୟୁଜ) : ଆଜି ଶ୍ରୀମନ୍ଦିରରେ ପଦ୍ମ ବେଶରେ ଦର୍ଶନ ଦେବେ ମହାପ୍ରଭୁ। ପଦ୍ମରେ ଝଟକିବ ଶ୍ରୀମୁଖ । ଶ୍ରୀମନ୍ଦିରରେ ସମସ୍ତ ନୀତିକାନ୍ତ ସରି ରାତିରେ ଚନ୍ଦନଲାଗି ଓ ବଡ଼ସିଂହାର ବେଶ ସମୟରେ ଏହି ବେଶ ଅନୁଷ୍ଠିତ ହୁଏ। ବେଶ ପରେ ଶ୍ରୀଜିଉଙ୍କୁ ସ୍ୱତନ୍ତ୍ର ଭାବେ ପ୍ରସ୍ତୁତ ଖିରି ଓ ଅମାଲୁ ଭୋଗ ଲାଗି ହୁଏ। ଏହି ବେଶ ପଦ୍ମ ଫୁଲଠୁ ନେଇ ପଦ୍ମ ପାଖୁଡ଼ା, ପଦ୍ମ କେଶର, ଆମ୍ବକଷି, ଡାଳି, ୭ଟି ଗଛ, ୭ଟି ସିଂହାସନ, ୩ଟି ଶ୍ରୀମୁଖ ପଦ୍ମ ସବୁକିଛି ସୋଲ ଓ ଜରିରେ ପ୍ରସ୍ତୁତ ହୋଇଛି। ଏହାବ୍ୟତୀତ ୩ଟି ବଡ଼ ଚୂଳ ମଧ୍ୟ ପ୍ରସ୍ତୁତ କରାଯାଇଛି।ଏଥିପାଇଁ ବଡ଼ଛତା ମଠ ପକ୍ଷରୁ ବେଶର ସମସ୍ତ ଖର୍ଚ୍ଚ ବହନ କରାଯାଏ। ବେଶ ପାଇଁ ଆବଶ୍ୟକ ସୋଲ, ଜରି, କଇଁଥ ଅଠା, କନା, ବେତ, ବାଉଁଶ, ସନ୍ତରା ଆଦି ମଠ ତରଫରୁ ଯୋଗାଇ ଦିଆଯାଇଥାଏ। କୀରିଟ,ଚୂଳ, ହୃଦପଦକ, କରପଲ୍ଲବ,ଶ୍ରୀମୁଖ ପଦ୍ମରେ ବିଭୂଷିତ ହୋଇ ଝଲସିବେ ମହାପ୍ରଭୁ। କଥିତ ଅଛି, ସପ୍ତଦଶ ଶତାବ୍ଦୀରୁ ବଡ଼ଛତା ମଠର ସନ୍ଥ ରଘୁବର ଦାସ ଏହି ବେଶ ଆରମ୍ଭ କରିଥିଲେ। ସେବେଠୁ ନିରବଚ୍ଛିନ୍ନ ଭାବେ ଏହି ବେଶ କରାଯାଉଛି।