ପଞ୍ଚଭୂତରେ ଲୀନ ହେଲେ ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ

କଟକ: ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ଆଜି ସମ୍ପନ୍ନ ହୋଇଛି ଶେଷକୃତ୍ୟ । କଟକର କାଳିଆବୋଦା ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନ୍ତିମ ସଂସ୍କାର କରାଯାଇଛି । ତାଙ୍କ ମୃତଦେହକୁ ବାସଭବନରୁ ଶୋଭାଯାତ୍ରାରେ ଶ୍ମଶାନକୁ ନିଆଯାଇଥିଲା।

ଗତକାଲି କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ହୋଇଥିଲା । ବ୍ରେନ ଷ୍ଟ୍ରୋକରୁ ତାଙ୍କର ବିୟୋଗ ହୋଇଥିବା ସୂଚନା ମିଳିଛି । ଅସୁସ୍ଥତା କାରଣରୁ ଗତ ଡିସେମ୍ବର ୨୫ ତାରିଖରୁ ଏସସିବିରେ ଚିକିତ୍ସିତ ହେଉଥିଲେ । ପ୍ରତିଟି ଗରିବର ବନ୍ଧୁ ଥିଲେ ଡି. ପ୍ରକାଶ ରାଓ । ତାଙ୍କ ଦେହାନ୍ତରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.