Below header

ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର(କେନ୍ୟୁଜ୍): ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ଚିନ୍ତା ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ନବୀନ। ତାଙ୍କୁ ମାଗଣାରେ ଚିକିତ୍ସା ଯୋଗାଇ ଦେବାକୁ ଜିଲ୍ଲାପାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଡି. ପ୍ରକାଶ ରାଓଙ୍କୁ ଚିକିତ୍ସା ପାଇଁ ତାଙ୍କୁ କଟକ ବଡ଼ ମେଡିକାଲ ଆଇସିୟୁରେ ଭର୍ତ୍ତି କରାଯାଇଛି। ଅନୁଗୁଳରେ ଏକ କାର‌୍ୟ୍ୟକ୍ରମରେ ଯୋଗ ଦେଇଥିବା ବେଳେ ମୁଣ୍ଡ ବୁଲାଇଥିବାରୁ ପଡ଼ି ଯାଇଥିଲେ ପ୍ରକାଶ। ସେଠାରୁ ତାଙ୍କୁ ଏସସିବିରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ଚାଲିଥିବା ବେଳେ ବର୍ତ୍ତମାନ ପୂର୍ବ ଅପେକ୍ଷା ସ୍ୱାସ୍ଥ୍ୟାବସ୍ଥା ଭଲ ଅଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.