Below header

ପଦ୍ମ ବିଜେତାଙ୍କୁ ମିଳିବ ମାସିକ ୨୫ ହଜାର ଟଙ୍କା ସମ୍ମାନ ରାଶି, ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ । ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ସମ୍ମାନାର୍ଥେ ମାସକୁ ୨୫ ହଜାର ଟଙ୍କା ଲେଖାଏ ଅର୍ଥ ସମ୍ମାନ ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ଭୁବନେଶ୍ୱର (କେନ୍ୟୁଜ): ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ । ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ । ପଦ୍ମ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନ ମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ଯ୍ୟ ଦ୍ୱାରା ଓଡିଶାର ଗୌରବ ବୃଦ୍ଧି କରିଛନ୍ତି ।

ସମାଜକୁ ସେମାନଙ୍କ ବଳିଷ୍ଠ ଅବଦାନର ସ୍ବୀକୃତି ସ୍ବରୂପ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ସମ୍ମାନାର୍ଥେ ମାସକୁ ୨୫ ହଜାର ଟଙ୍କା ଲେଖାଏ ଅର୍ଥ ସମ୍ମାନ ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଚଳିତ ବର୍ଷ ଅପ୍ରେଲ ମାସ ଠାରୁ ଏହି ସମ୍ମାନ ରାଶି ପ୍ରଦାନ କରାଯିବ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.